ଦେଶରେ ଦିନକରେ ଆଉ ୨,୨୫୯ ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ଆଉ ୨,୨୫୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଦେଶରେ ଦିନକରେ ଆଉ ୨ ହଜାର ୨୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୩୧,୮୨୨କୁ ବୃଦ୍ଧି ପାଇଛି। ସେହିପରି ଆଉ ୨ ହଜାର ୬୧୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୯୨,୪୫୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୨୩୨ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୨%। ୧୫,୦୪୪ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୫୧,୧୭୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୪,୫୮,୫୫,୩୫୧ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୧୫,୧୨,୭୬୬ ଟିକା ନେଇଥିବା ବେଳେ ମୋଟ ୧,୯୧,୯୬,୩୨,୫୧୮ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୨,୨୨,୯୯୦ ଟିକାକରଣ କରାଯାଇଛି।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ims news

Leave a Reply

Your email address will not be published. Required fields are marked *