୨୩ରୁ ଆରମ୍ଭ ହେବ ବର୍ଷା

୨୩ରୁ ଆରମ୍ଭ ହେବ ବର୍ଷା

ଭୁବନେଶ୍ୱର : ବାତ୍ୟା ଯୋଗୁ ଆଗାମୀ ୨୩ ରାତିରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ । କିନ୍ତୁ ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ।

୨୫ ତାରିଖ ରାତିରୁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ ଓ ପୁରୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ସେହିଭଳି ୨୬ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ims news

One thought on “୨୩ରୁ ଆରମ୍ଭ ହେବ ବର୍ଷା

  1. Just tried my luck on win8bet and had a decent run! The platform’s pretty smooth and easy to navigate. Seems like a solid place to place a bet, you know? Check it out for yourself: win8bet

Leave a Reply

Your email address will not be published. Required fields are marked *