ସମବାୟ ନିର୍ବାଚନ: ୭ ଜଣିଆ କମିଟି ଗଠନ କଲା ବିଜେଡ଼ି
ଭୁବନେଶ୍ୱର,୧୬।୫: ସମବାୟ ନିର୍ବାଚନ ନେଇ ଜୋରଦାର ପ୍ରସ୍ତୁତି ଚଳାଇଛି ବିଜେଡ଼ି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। ସମବାୟ ନିର୍ବାଚନ ପରିଚାଳନା କରିବା ନେଇ ବିଜେଡ଼ି ଏକ ୭ ଜଣିଆ କମିଟି ଗଠନ କରିଛି।
ବୈଠକରେ ପ୍ରତାପ ଦେବ ଅଧ୍ୟକ୍ଷତା କରିଥିବା ବେଳେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅତନୁ ସବ୍ୟସାଚୀ ନାୟକ, ପୁଷ୍ପେନ୍ଦ୍ର ସିଂ ଦେଓ,ସ୍ନେହାଙ୍ଗିନ ଛୁରୀଆ, ବିକ୍ରମ ପଣ୍ଡା, ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ଓ ଜୋନସ୍ତରରେ କମିଟି ଗଠନ କରିବାକୁ ବୈଠକରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ସମବାୟ ନିର୍ବାଚନ ଆସନ୍ତା ୧୯ ଓ ୨୬ରେ ଦୁଇଟି ପର୍ଯ୍ୟାୟରେ ହେବ।