ନିଯୁକ୍ତ ହେଲେ ନୂଆ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ
ଭୁବନେଶ୍ୱର : ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ କ୍ରମେ ନିଯୁକ୍ତ ହୋଇଛନ୍ତି ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ। ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀର ମନ୍ତ୍ରୀ ଓ ବିଧାୟକମାନଙ୍କୁ ୩୦ଟି ଯାକ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ଦିଆଯାଇଛି। ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୋଳ ଜିଲ୍ଲା ଦାୟିତ୍ବ ଦିଆଯାଇଥିବା ବେଳେ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ଦିଆଯାଇଛି।
ସେହିପରି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କୁ ଢେଙ୍କାନାଳ, ଜଗନ୍ନାଥ ସାରକାଙ୍କୁ ଗଜପତି, ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମ, ପ୍ରମିଳା ମଲ୍ଲିକଙ୍କୁ ଜଗତସିଂହପୁର, ସମୀର ଦାଶଙ୍କୁ ଯାଜପୁର, ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଝାରସୁଗୁଡ଼ା, ନବକିଶୋର ଦାସଙ୍କୁ କଳାହାଣ୍ଡି, ଶ୍ରୀକାନ୍ତ ସାହୁଙ୍କୁ କନ୍ଧମାଳ, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ଦିଆଯାଇଛି।
ଅନ୍ୟପଟେ ରାଜେନ୍ଦ୍ର ସାହୁଙ୍କୁ ଖୋର୍ଦ୍ଧା, ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି, ଅଶ୍ବିନୀ ପାତ୍ରଙ୍କୁ ମୟୂରଭଞ୍ଜ, ନିରଞ୍ଜନ ପୂଜାରୀଙ୍କୁ ପୁରୀ, ଅତନୁ ସବ୍ୟସାଚୀ ନାୟକଙ୍କୁ ରାୟଗଡ଼ା, ପ୍ରତାପ ଦେବଙ୍କୁ ସମ୍ବଲପୁର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ଦିଆଯାଇଛି।


Finally found a place where the slots actually hit. The login process is quick and everything just works. Give puasbetslotlogin a go if you love slots.